ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଆଜି ହେଉଛି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଆଜି ସେ ୭୫ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନ୍ମଦିନର ଶୁଭେଚ୍ଛା ଜଣାଇ ନିଜର ଟୁଇଟରରେ ଲେଖିଛନ୍ତି, ‘ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା।’

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୁଭେଚ୍ଛା ଜଣାଇ ନିଜର ଟୁଇଟରରେ ଲେଖିଛନ୍ତି, ‘ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଦୀର୍ଘାୟୁ ରଖନ୍ତୁ। ଆପଣଙ୍କ ସୁସ୍ଥ ଓ ନିରାମୟ ଜୀବନ କାମନା କରୁଛି।’

The post ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ first appeared on Sambad.



from ରାଜ୍ୟ – Sambad https://ift.tt/3lJpcsW

Post a Comment

0 Comments