ଭୁବନେଶ୍ୱର : ଚଳିତ ମାସରେ ସ୍କୁଲ୍ ଖୋଲିବା ନେଇ ଯେଉଁ ନିଷ୍ପତ୍ତି ନିଆଯାଇଥିଲା, ତାକୁ ରାଜ୍ୟ ସରକାର ସାମୟିକ ଭାବେ ସ୍ଥଗିତ ରଖିଛନ୍ତି। ଏଣୁ ନଭେମ୍ବର ମାସରେ ନବମରୁ ଦ୍ୱାଦଶ ଶ୍ରେଣୀ ଲାଗି ସ୍କୁଲ୍ ଖୋଲିବ ନାହିଁ। ଚଳିତ ମାସରେ ଏହି ଶ୍ରେଣୀ ଖୋଲିବା ପାଇଁ ନିଆଯାଇଥିବା ନିଷ୍ପତ୍ତିକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି । ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ରାଜ୍ୟରେ ଡିସେମ୍ବରରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ନେଇ ଆଶଙ୍କା ପ୍ରକାଶ ପାଇଛି । ଏହାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ।
ଆନ୍ଧ୍ରପ୍ରଦେଶ ସମେତ କେତେ ରାଜ୍ୟରେ ସ୍କୁଲ ଖୋଲିବା ପରେ ଶିକ୍ଷକ ଓ ଛାତ୍ରଛାତ୍ରୀ ବହୁମାତ୍ରାରେ କରୋନାରେ ସଂକ୍ରମିତ ହୋଇଛନ୍ତି । ଏହା ଅନେକଙ୍କ ପାଇଁ ଚିନ୍ତା ବଢାଇ ଦେଇଥିଲା । ଚଳିତ ମାସରେ ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସ୍କୁଲ ଖୋଲିବାକୁ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଥିଲା । ତେବେ ଆନ୍ଧ୍ରରେ ଯେଭଳି ସଂକ୍ରମଣ ବଢୁଛି ସେଭଳି ସ୍ଥିତି ଆଶଙ୍କା କରି ନିଷ୍ପତ୍ତି ବଦଳାଯାଇଛି । କରୋନା ଯୋଗୁଁ ଚଳିତ ବର୍ଷ ମାର୍ଚ୍ଚରୁ ସ୍କୁଲ ବନ୍ଦ ରହିଛି । ଅନଲାଇନରେ ଛାତ୍ରଛାତ୍ରୀଙ୍କ ପାଠପଢା ଚାଲିଛି ।
The post ନଭେମ୍ବର ମାସରେ ସ୍କୁଲ୍ ଖୋଲିବ ନାହିଁ, ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ first appeared on Sambad.
from ରାଜ୍ୟ – Sambad https://ift.tt/3n1LneB
0 Comments