
ବାଲେଶ୍ୱର: ବାଲେଶ୍ୱରରେ ପ୍ରଥମ ପର୍ଯ୍ୟାୟରେ ପୋଷ୍ଟାଲ୍ ବାଲାଟ୍ ଗଣତି ଶେଷ ହୋଇଥିବାର ସୂଚନା ମିଳିଛି। ଏଠାରେ ୬୧୫ ଭୋଟରେ ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସ ଆଗୁଆ ରହିଥିବା ଜଣାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସଙ୍କୁ ୩୪୫୯ଟି ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ମାନସ ଦତ୍ତଙ୍କୁ ୨୮୪୪ଟି ଭୋଟ୍ ମିଳିଛି। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ୫୨୩ଟି ଭୋଟ୍ ପାଇଛନ୍ତି ଏବଂ ସ୍ବାଧୀନ ପ୍ରାର୍ଥୀ ବେଣୁଧର ବାରିକ ୨୮ ଖଣ୍ଡ ଭୋଟ୍ ପାଇବାରେ ସକ୍ଷମ ହୋଇଛନ୍ତି। ବାଲେଶ୍ବରରୁ ମିଳିଥିବା ସୂଚନା ଅନୁସାରେ ବର୍ତ୍ତମାନ ୧୪ଟି ଟେବୁଲରେ ଗଣତି ଆରମ୍ଭ ହୋଇଛି ଓ ୨୫ ରାଉଣ୍ଡରେ ଗଣତି ହେବ।
ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ୍ ବାଲଟ ଭୋଟ୍ ଗଣତି ଶେଷ କରାଯାଇଛି । ଆଜି ସକାଳ ୬ଟାରେ ଗଣତି କେନ୍ଦ୍ରକୁ କାଉଣ୍ଟିଂ ଦାୟିତ୍ବରେ ଥିବା କର୍ମଚାରୀମାନଙ୍କୁ ପ୍ରବେଶ ପାଇଁ ଛଡ଼ାଯାଇଥିଲା। ପ୍ରବେଶ ଦ୍ବାର ନିକଟରେ ମଧ୍ୟ କଡ଼ାକଡ଼ି ଯାଞ୍ଚ୍ କରାଯାଇଥିଲା। ଏହାବାଦ କୋଭିଡ ଗାଇଡଲାଇନ୍ ମାନି ଭୋଟ ଗଣତି କାର୍ଯ୍ୟ ଜାରି ରହିଛି । ଏଠାରେ ସାମାଜିକ ଦୂରତା, ମାସ୍କ, ଫେସ ସିଲ୍ଡ, ସାନିଟାଇଜର, ୱେୟାରଲେସ ବାରିକେଡ ଓ ଟ୍ରାନ୍ସପରେଂଟ ପଲିଥିନ ସିଟ ଆଦି ବ୍ୟବସ୍ଥା ରହିଛି।
The post ବାଲେଶ୍ୱର: ପୋଷ୍ଟାଲ୍ ବାଲାଟ୍ ଗଣତି ଶେଷ, ୬୧୫ ଭୋଟରେ ବିଜେଡି ପ୍ରାର୍ଥୀ ଆଗୁଆ first appeared on Sambad.
from ରାଜ୍ୟ – Sambad https://ift.tt/36lPw6f
0 Comments