
ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କର ଜନ ବିରୋଧୀ ନୀତି ଓ ଏକଛତ୍ରବାଦ ଶାସନ ବିରୋଧରେ ଆଜି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନମାନେ ଭାରତ ବନ୍ଦ ଡାକରା ଦେଇଛନ୍ତି। ଏହି ବନ୍ଦକୁ ରାଜ୍ୟ କଂଗ୍ରେସ ମଧ୍ୟ ସମର୍ଥନ କରୁଛି ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତାରେ କହିଛିନ୍ତି। ଗୁରୁବାର ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବ୍ୟବସାୟିକ ପ୍ରତିଷ୍ଠାନ ସହ ଅନ୍ୟ ସମସ୍ତ ସରକାରୀ ବେସରକାରୀ ପ୍ରତିଷ୍ଠାନ ଓ ଗାଡ଼ି ମୋଟର ଚଳାଚଳ ବନ୍ଦ ରଖିବାକୁ ସଂଗଠନମାନଙ୍କ ପକ୍ଷରୁ ଆହ୍ବାନ ଦିଆଯାଇଛି।
ଅନ୍ୟପଟେ ଭାରତ ବନ୍ଦ ନେଇ କୌଣସି ସୂଚନା ସଂଘକୁ ଦିଆଯାଇନଥିବାରୁ ଘରୋଇ ବସ୍ ଚାଲିବ ବୋଲି ମାଲିକ ସଂଘ ପକ୍ଷରୁ କୁହାଯାଇଛି। ସହରର ପ୍ରମୁଖ ଛକ ସମେତ ବିଭିନ୍ନ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ରେଳଷ୍ଟେସନ, ବସ୍ଷ୍ଟାଣ୍ଡ ପ୍ରଭୃତି ୧୭ଟି ସ୍ଥାନରେ ପିକେଟିଂ କରିବାକୁ ସଂଗଠନ ସମୂହ ଯୋଜନା କରିଛନ୍ତି। ଏଥିପାଇଁ କମିସନରେଟ୍ ପୁଲିସ ପ୍ରସ୍ତୁତ ରହିଛି। କୌଣସି ପ୍ରକାରର ଅପ୍ରୀତିକର ପରିସ୍ଥିତି ସୃଷ୍ଟି କଲେ ଆନ୍ଦୋଳନକାରୀଙ୍କୁ ଗିରଫ କରାଯିବ ବୋଲି କମିସନରେଟ୍ ପୁଲିସ ପକ୍ଷରୁ କୁହାଯାଇଛି।
The post ଆଜି ଭାରତ ବନ୍ଦ first appeared on Sambad.
from ରାଜ୍ୟ – Sambad https://ift.tt/3l8f24r
0 Comments