ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୩୮୫ କରୋନା ଆକ୍ରାନ୍ତ ଚିହ୍ନଟ, ୧୪ ମୃତ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୩୮୫କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୯୮ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୫୮୭ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୭ ହଜାର ୨୭୪ ଥିବା ବେଳେ ସୁସ୍ଥ ହୋଇ ସାରିଲେଣି ୨ ଲକ୍ଷ ୮୨ ହଜାର ୦୭୩ ଜଣ। ଏବେ ସକ୍ରିୟ ଅଛନ୍ତି ୧୩ ହଜାର ୭୭୦ଜଣ ଆକ୍ର‌ାନ୍ତ। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୨୪ଘଣ୍ଟାରେ ଚିହ୍ନଟ ହୋଇଥିବା ୧୩୮୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୮୮,ବାଲେଶ୍ବରରୁ ୩୬, ବରଗଡ଼ରୁ ୫୫, ଭଦ୍ରକ ୩୧, ବଲାଙ୍ଗୀରରୁ ୭୭, ବୌଦ୍ଧରୁ ୪, କଟକରୁ ୧୦୯, ଦେଓଗଡ଼ରୁ ୮, ଢ଼େଙ୍ଗାନାଳରୁ ୩୩, ଗଜପତିରୁ ୩, ଗଞ୍ଜାମରୁ ୨୩, ଜଗତସିଂହପୁରରୁ ୫୦, ଯାଜପୁରରୁ ୨୩, ଝାରସୁଗୁଡ଼ାରୁ ୨୯, କଳାହାଣ୍ଡିରୁ ୫୦, କନ୍ଧମାଳରୁ ୧୧, କେନ୍ଦ୍ରାପଡ଼ାରୁ ୪୨, କେନ୍ଦୁଝରରୁ ୫୭, ଖୋର୍ଦ୍ଧାରୁ ୧୫୯, କୋରାପୁଟରୁ ୨୮, ମାଲକାନଗିରି ୨୩, ମୟୁରଭଞ୍ଜରୁ ୧୦୩, ନବରଙ୍ଗପୁରରୁ ୨୧, ନୟାଗଡ଼ରୁ ୩୨, ପୁରୀରୁ ୩୫, ନୂଆପଡ଼ାରୁ ୮୮, ରାୟଗଡ଼ାରୁ ୧୦, ସମ୍ବଲପୁରରୁ ୩୦, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୯୧ ଏବଂ ଷ୍ଟେଟ ପୁଲରୁ ୩୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୩୮୫ କରୋନା ଆକ୍ରାନ୍ତ ଚିହ୍ନଟ, ୧୪ ମୃତ first appeared on Sambad.



from ରାଜ୍ୟ – Sambad https://ift.tt/369240P

Post a Comment

0 Comments