ଦୁଇଦିନିଆ ଓଡ଼ିଶାଗସ୍ତରେ ଆସୁଛନ୍ତି ଚେଲ୍ଲା କୁମାର

ଭୁବନେଶ୍ୱର : ସାଂସଦ ତଥା ଓଡ଼ିଶା କଂଗ୍ରେସ ପ୍ରଭାରୀ ଡ. ଏ ଚେଲ୍ଲା କୁମାର ୨ଦିନିଆ ଓଡ଼ିଶା ଗ୍ରସ୍ତରେ ଆସୁଛନ୍ତି। ଆସନ୍ତା ୪ ତାରିଖ ଦିନ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଦିନ ୧୧ଟାରେ କଂଗ୍ରେସ ଭବନରେ ଅନୁଷ୍ଠିତ କଂଗ୍ରେସ ବିଧାୟକ ଦଳ ବୈଠକରେ ଯୋଗଦେବେ ଏବଂ ସେହିଦିନ ଦିନ ୪ଘଟିକା ସମୟରେ କଂଗ୍ରେସର ସାଂଗଠନିକ ସ୍ଥିତି ନେଇ ବରିଷ୍ଠ ନେତୃବୃନ୍ଦଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

ସେହିପରି ୫ ତାରିଖ ଦିନ ନୟାଗଡ଼ ଗସ୍ତ କରି ମୃତ ପରୀର ପରିବାରକୁ ଭେଟିବେ ଏବଂ ସେହିଦିନ ନୟାଗଡ଼ରୁ ଭୁବନେଶ୍ୱର ଫେରି ଦିବା ୩ ଘଟିକା ସମୟରେ କଂଗ୍ରେସର ଆଗାମୀ ରଣନୀତି ନେଇ ଅନୁଷ୍ଠିତ ହେବାକୁ ଥିବା ପିସିସି ପର୍ଯ୍ୟବେକ୍ଷକ ଓ ଜିଲ୍ଲା ସଭାପତି ମାନଙ୍କ କଂଗ୍ରେସ ଭବନରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି।

The post ଦୁଇଦିନିଆ ଓଡ଼ିଶାଗସ୍ତରେ ଆସୁଛନ୍ତି ଚେଲ୍ଲା କୁମାର first appeared on Sambad.



from ରାଜ୍ୟ – Sambad https://ift.tt/2I1ReS6

Post a Comment

0 Comments