
ଭୁବନେଶ୍ବର: ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ନିଜର ଶୁଭେଚ୍ଛା ବାର୍ତ୍ତାରେ ୨୦୨୧ ବର୍ଷ ରାଜ୍ୟବାସୀଙ୍କ ଜୀବନରେ ହସ, ଖୁସି, ଶାନ୍ତି ଓ ସମୃଦ୍ଧି ଭରିଦେଉ ବୋଲି କହିଛନ୍ତି। ଏହାଛଡ଼ା ରାଜ୍ୟକୁ ଦେଶର ଶ୍ରେଷ୍ଠ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ନିଜ ନିଜ ସ୍ତରରେ ନିଷ୍ଠାପର ପ୍ରୟାସ ଜାରି ରଖିବାକୁ ସେ ଆହ୍ବାନ ଦେଇଛନ୍ତି।
ନୂତନ ବର୍ଷରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ କୃପାରୁ ବର୍ଷ ୨୦୨୧ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ।
Wish all of you a very #HappyNewYear and wish everyone’s lives are filled with hope, peace and prosperity in the new year of 2021.#JaiJagannatha pic.twitter.com/AeoTp3Zncv— Naveen Patnaik (@Naveen_Odisha) January 1, 2021
ଠିକ୍ ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଟୁଇଟରରେ ଲେଖିଛନ୍ତି, ‘ସମସ୍ତଙ୍କୁ ନୂତନ ବର୍ଷର ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ କୃପାରୁ ବର୍ଷ ୨୦୨୧ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ।’
The post ରାଜ୍ୟବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ first appeared on Sambad.
from ରାଜ୍ୟ – Sambad https://ift.tt/38WY6tI
0 Comments