ବ୍ରାଣ୍ଡସ୍‌ ଅଫ୍‌ ଓଡ଼ିଶା ପ୍ରାଇଡ୍‌ ଅଫ୍ ଇଣ୍ଡିଆ, ଆବେଦନ ପାଇଁ ଆଉ ମାତ୍ର ୨ ଦିନ

ଭୁବନେଶ୍ବର : ସମ୍ବାଦ ଗ୍ରୁପ୍‌ର ବ୍ରାଣ୍ଡସ୍‌ ଅଫ୍‌ ଓଡ଼ିଶା ପ୍ରାଇଡ୍ ଅଫ୍ ଇଣ୍ଡିଆ ସମ୍ବାଦ କର୍ପୋରେଟ୍ ଏକ୍ସିଲେନ୍ସ ଆୱାର୍ଡସ୍‌-୨୦୨୧ ପାଇଁ ଆବେଦନ ପ୍ରକ୍ରିୟା ଆସନ୍ତା ବୁଧବାର (ଜାନୁଆରି ୬)ରେ ଶେଷ ହେବାକୁ ଯାଉଛି। କର୍ପୋରେଟ୍ ଜଗତରେ ଏହି ପୁରସ୍କାରକୁ ନେଇ ପ୍ରବଳ ଉତ୍ସାହ ରହିଥିବା ବେଳେ ଉଦ୍ୟୋଗ ଜଗତର ପ୍ରତିଷ୍ଠିତ ବ୍ୟକ୍ତିମାନେ ଏହାକୁ ଭୂୟସୀ ପ୍ରଶଂସା କରୁଛନ୍ତି। ଓଡ଼ିଶାରୁ ଜନ୍ମ ହୋଇ ଦେଶବିଦେଶରେ ଖ୍ୟାତି ଲାଭ କରିଥିବା ବ୍ରାଣ୍ଡ୍‌ଗୁଡ଼ିକୁ ‌ଏହି ଅଭିଯାନରେ ସମ୍ମାନିତ କରାଯାଉଛି। ପୁରସ୍କାର ଲାଗି ଆବେଦନ କରିବା ପାଇଁ କୌଣସି ଶୁଳ୍କ ଦେବାକୁ ପଡ଼ିବ ନାହିଁ। ପାଞ୍ଚଟି ବର୍ଗରେ ପୁରସ୍କାର ଦିଆଯିବ। ତାହା ହେଉଛି କର୍ପୋରେଟ୍ ସାମାଜିକ ଦାୟିତ୍ବବୋଧ (CSR), ବୃହତ ଉଦ୍ୟୋଗ (LARGE), ମଧ୍ୟମ ଉଦ୍ୟୋଗ (MEDIUM), କ୍ଷୁଦ୍ର ଉଦ୍ୟୋଗ (SMALL) ଓ ଇମର୍ଜିଂ/ଷ୍ଟାର୍ଟଅପ୍ (EMERGING/ START-UP)। ଆବେଦନ କରିବା ପାଇଁ www.sambadawards.com କିମ୍ବା www.sambadawards.in ପରିଦର୍ଶନ କରିବାକୁ ପଡ଼ିବ। କଂପାନିଗୁଡ଼ିକ ନିଜ ଆଡ଼ୁ ବର୍ଗ ଚୟନ କରି ଆବେଦନ କରିପାରିବେ। ବିଜେତା ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ ନିରପେକ୍ଷ ରହୁଛି। ପୁରସ୍କାର ବିଷୟରେ ଅଧିକ ଜାଣିବା ଲାଗି ସଞ୍ଜୟ ଗୌରଙ୍କୁ ମୋବାଇଲ୍ ନମ୍ବର ୯୬୫୪୧୩୩୩୦୦ କିମ୍ବା ଜ୍ଞାନ ରଞ୍ଜନ ମହାନ୍ତିଙ୍କୁ ୯୯୩୮୪୪୩୨୨୪ରେ ଯୋଗାଯୋଗ କରାଯାଇପାରିବ।

The post ବ୍ରାଣ୍ଡସ୍‌ ଅଫ୍‌ ଓଡ଼ିଶା ପ୍ରାଇଡ୍‌ ଅଫ୍ ଇଣ୍ଡିଆ, ଆବେଦନ ପାଇଁ ଆଉ ମାତ୍ର ୨ ଦିନ first appeared on Sambad.



from ରାଜ୍ୟ – Sambad https://ift.tt/355wQbe

Post a Comment

0 Comments