
ଭୁବନେଶ୍ବର : ରାଜ୍ୟରେ ଏବେ ଶୀତପ୍ରବାହ ଜାରି ରହିଛି। ୪ ତାରିଖ ପର୍ଯ୍ୟନ୍ତ ଏଥିରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ୫ ତାରିଖ(ମଙ୍ଗଳବାର)ରୁ ତାପମାତ୍ରା ବୃଦ୍ଧି ପାଇବ ଓ ଶୀତ ଧୀରେ ଧୀରେ କମିବ। ରାଜ୍ୟର ତାପମାତ୍ରା ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ଘଟିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏପରି ସୂଚନା ଦିଆଯାଇଛି।
କେନ୍ଦ୍ରର ସୂଚନାନୁଯାୟୀ, ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ରହିବ। ଫଳରେ ଏହିଭଳି ଶୀତ ଜାରି ରହିବ। ଏହି ସମୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିବ। ଗତ ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିଛି। ଅନୁଗୁଳ, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିରି, ନୟାଗଡ଼ ଓ ବୌଦ୍ଧ ଆଦି ଜିଲ୍ଲାରେ ଆଜି ହାଲ୍କାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି। ଆସନ୍ତାକାଲି ସକାଳେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, କଟକ, ବୌଦ୍ଧ, ଖୋର୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି। ଅପରପକ୍ଷେ ଗତ ୨୪ ଘଣ୍ଟାରେ ଫୁଲବାଣୀଠାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୭.୮ ଡିଗ୍ରି ରେକର୍ଡ ହୋଇଛି।
The post ମଙ୍ଗଳବାରରୁ ଶୀତ କମିବ first appeared on Sambad.
from ରାଜ୍ୟ – Sambad https://ift.tt/3rVMyj0
0 Comments