କୋଭିଡ ଟିକାକରଣର ଫିଡବ୍ୟାକ୍ ନେଲେ ମୁଖ୍ୟମନ୍ତ୍ରୀ: ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନଙ୍କର ସହଯୋଗ କାମନା କରିଲେ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ଟିକାକରଣର ଫିଡବ୍ୟାକ୍ ନେଇଛନ୍ତି।ସେ ଭିଡିଓ କନଫରେନ୍ସିଂ ଜରିଆରେ ଫିଡବ୍ୟାକ୍ ନେବା ସମୟରେ ବ୍ରହ୍ମପୁର ସିଟି ହସ୍ପିଟାଲର ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି। ଏହାଛଡ଼ା ସେ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସଫେଇ କର୍ମଚାରୀ ଏବଂ କ୍ୟାପିଟାଲ ହସ୍ପିଟାଲର ନର୍ସଙ୍କ ସହ କଥା ହୋଇଛନ୍ତି।

ସେ ଏହି ଅବସରରେ କୋଭିଡ୍ ଟିକାକରଣ ଲାଗି ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନଙ୍କର ସହଯୋଗ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,‘ ରାଜ୍ୟରେ କୋଭିଡ୍ ଟିକାକରଣ ଆରମ୍ଭ ହୋଇଛି। ଗତ ୧୦ ମାସ ହେଲା କୋଭିଡ୍ ଯୋଦ୍ଧାମାନେ ସଂଗ୍ରାମ ଜାରି ରଖିଛନ୍ତି। ଆପଣଙ୍କ ତ୍ୟାଗ ଓ ସେବାକୁ ଆମେ ଭୁଲି ପାରିବୁନି । ସମସ୍ତଙ୍କ ସୁସ୍ଥତା କାମନା କରୁଛି ।’

ଭିଡିଓ କନଫରେନ୍ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ସ୍ବାଗତ ଭାଷଣ ଦେଇଥିଲେ। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଶାସନ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ।

The post କୋଭିଡ ଟିକାକରଣର ଫିଡବ୍ୟାକ୍ ନେଲେ ମୁଖ୍ୟମନ୍ତ୍ରୀ: ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନଙ୍କର ସହଯୋଗ କାମନା କରିଲେ first appeared on Sambad.



from ରାଜ୍ୟ – Sambad https://ift.tt/39DSm8s

Post a Comment

0 Comments