
ଭୁବନେଶ୍ବର : ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ଦେଖାଯିବ। ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ଘନ କୁହୁଡ଼ିର ସମ୍ଭାବନା ରହିଛି। ସେହିପରି ୩୧ ଓ ୧ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଓ ଖୋର୍ଧା ଜିଲ୍ଲାରେ ଘନ କୁହୁଡ଼ିର ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉପରୋକ୍ତ ଜିଲ୍ଲାଗୁଡ଼ିକରେ ଆସନ୍ତା ୩ ଦିନ ପାଇଁ ୟେଲୋୱାର୍ଣ୍ଣିଂ କରିଛି।
କେନ୍ଦ୍ରର ସୂଚନାନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟର ସବୁ ଜିଲ୍ଲାରେ ପାଗ ଶୁଖିଲା ରହିଥିଲା। ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲ୍କାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଥିଲା। ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, କନ୍ଧମାଳ ଓ ଢେଙ୍କାନାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିଥିବା ଜଣାପଡ଼ିଛି। ଅପରପକ୍ଷେ ଆଜି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲ୍କା ବର୍ଷା ହୋଇଯାଇଥିବା ଜଣାଯାଇଛି। ଏସବୁ ଜିଲ୍ଲାରେ ପାଗ ମେଘୁଆ ରହିଥିଲା। ରାଜ୍ୟର ସର୍ବନିମ୍ନ ରାତ୍ରି ତାପମାତ୍ରା ବାରିପଦାଠାରେ ୧୨.୨ଡିଗ୍ରି ରେକର୍ଡ ହୋଇଥିବା ବେଳେ ୭ଟି ସହରର ତାପମାତ୍ରା ୧୫ ଡିଗ୍ରି ତଳେ ରହିଛି। ଅବଶିଷ୍ଟ ଓଡ଼ିଶାରେ ତାପମାତ୍ରା ୧୫ରୁ ୧୯ ଡିଗ୍ରି ଭିତରେ ରହିଥିବା କେନ୍ଦ୍ର ପକ୍ଷରୁ କୁହାଯାଇଛି।
The post ୩ ଦିନ ଘନ କୁହୁଡ଼ି, ୟେଲୋୱାର୍ଣ୍ଣିଂ ଜାରି first appeared on Sambad.
from ରାଜ୍ୟ – Sambad https://ift.tt/3tcyYse
0 Comments