
ଭୁବନେଶ୍ବର : ରାଜ୍ୟର ୧୪ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହୋଇପାରେ। ବିଶେଷକରି ପଶ୍ଚିମ, କେନ୍ଦ୍ରୀୟ ଓ ପଶ୍ଚିମ-ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଏଭଳି ସ୍ଥିତି ଲାଗି ରହିବ। କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ତାହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ଲାଗି ସତର୍କ ସୂଚନା ଜାରି କରାଯାଇଛି। ଆହୁରି କୁହାଯାଇଛି ଯେ ଆଭ୍ୟନ୍ତରୀଣ ଓ ଉତ୍ତର ଉପକୂଳ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବ। ବାକି ଜିଲ୍ଲାଗୁଡ଼ିକରେ ସେଭଳି କୌଣସି ପରିବର୍ତନ ହେବନି। ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରାରେ କୌଣସି ପରିବର୍ତନ ହେବନି। ନୂଆପଡ଼ା, ବଲାଙ୍ଗୀର, ସୋନପୁର, କଳାହାଣ୍ତି ସମେତ ଅଭ୍ୟନ୍ତରୀଣ ଓଡ଼ିଶା, ବାଲେଶ୍ବର ଓ ଗଜପତିର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ସୁନ୍ଦରଗଡ଼ରେ ସର୍ବାଧିକ ୫ ମିମି ବର୍ଷା ରେକର୍ଡ କରାଯାଇଛି।
The post ୧୪ ଜିଲ୍ଲାରେ ବଜ୍ରପାତ ସମ୍ଭାବନା first appeared on Sambad.
from ରାଜ୍ୟ – Sambad https://ift.tt/2Nk6BrN
0 Comments