ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୯୮୪ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୩ ହଜାର ୨୨୦ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୮୦୧ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨ ଜଣ, ବରଗଡ଼ରୁ ୪ ଜଣ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ୨ ଜଣ, କଟକରୁ ୧୧ ଜଣ, ଦେଓଗଡ଼ରୁ ୫ ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟ୍‌ରୁ ଜଣେ, ମୟୂରଭଞ୍ଜରୁ ୩ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୯ ଜଣ, ସମ୍ବଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୨୦ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

 

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ first appeared on Sambad.



from ରାଜ୍ୟ – Sambad https://ift.tt/3pgPLao

Post a Comment

0 Comments