
ପୁରୀ : ମାଘ କୃଷ୍ଣ ପକ୍ଷ ପଞ୍ଚମୀ ତିଥି (ବୁଧବାର)ରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ସିଂହାର ଅନୁଷ୍ଠିତ ହେବ। ତେଣୁ ଭକ୍ତମାନେ ଆପାତତଃ ଅପରାହ୍ଣ ୪ଟାରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ପାଇପାରିବେ ନାହିଁ। ଦତ୍ତ ମହାପାତ୍ର ସେବକଙ୍କ ଦ୍ବାରା ଏହି ଗୁପ୍ତ ନୀତି ସମ୍ପାଦନ କରାଯାଉଥିବା ବେଳେ ପ୍ରାୟ ୪ ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ମିଳିବ ନାହିଁ। ପ୍ରତିମାସରେ ଏହା ହାରାହାରି ୨ ଥର କରାଯାଉଥିବା ବେଳେ ଦତ୍ତ ମହାପାତ୍ର ରତ୍ନ ସିଂହାସନରେ ଦାରୁ ଦେବତାଙ୍କ ମୁଖ ସିଂହାର କରିଥାଆନ୍ତି। ନୀତି ସମ୍ପାଦନ ସମୟରେ ମନ୍ଦିରର ସମସ୍ତ ଦ୍ବାର ବନ୍ଦ ରହୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ସୁବିଧା ମିଳେ ନାହିଁ।
The post ଆଜି ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ first appeared on Sambad.
from ରାଜ୍ୟ – Sambad https://ift.tt/2YAVwEK
0 Comments