
ବୌଦ୍ଧ: ବୌଦ୍ଧ ଜିଲ୍ଲା ଖୁଣ୍ଟବନ୍ଧ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟିଥିବାର ଖବର ମିଳିଛି। ଏଥିରେ ୪ ଆହତ ହୋଇଥିବା ଜଣାପଡ଼ିଛି । ସୂଚନା ମୁତାବକ ଆଜି ଭୋର ସକାଳୁ ମୁନଲାଇଟ ନାମକ ଏକ ଯାତ୍ରୀବାହୀ ବସ ଭବାନୀପାଟଣାରୁ ଭୁବନେଶ୍ୱର ଯାଉଥିବା ବେଳେ ଖୁଣ୍ଟବନ୍ଧରେ ନିକଟରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣ ଆହତ ହୋଇଥିବା ବେଳେ ୫୦ ଜଣ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଥିଲେ।

ଖବର ପାଇ ବୌଦ୍ଧ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଚିକିତ୍ସା ପାଇଁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ଅନ୍ୟ ଯାତ୍ରୀମାନଙ୍କୁ ଅନ୍ୟ ଏକ ବସ ଯୋଗେ ନିଜ ଗନ୍ତବ୍ୟ ସ୍ଥଳକୁ ପଠାଇଥିବା ଜଣାପଡ଼ିଛି । ତେବେ ଏ ସମ୍ପର୍କରେ ଅଧିକ ତଦନ୍ତ ଚଳାଇଛି ପୁଲିସ ।
The post ବିଦ୍ୟୁତ୍ ଖୁଣ୍ଟରେ ପିଟି ହେଲା ଯାତ୍ରୀବାହୀ ବସ୍: ୪ ଆହତ first appeared on Sambad.
from ରାଜ୍ୟ – Sambad https://ift.tt/2MKvE6X
0 Comments