ସୁପ୍ରିମକୋର୍ଟରେ ଉଲିବୁରୁ ଖଣି ମାମଲା : ସତ୍ୟପାଠ ଦାଖଲ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ : ଉଲିବୁରୁ ଖଣି ଦୁର୍ନୀତି ମାମଲାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କ ପରିବାରର ସଦସ୍ୟମାନଙ୍କୁ ଗିରଫ କରିବା ପାଇଁ କି’ କି’ ପଦକ୍ଷେପ ନିଆଯାଇଛି, ସେ ସଂପର୍କରେ ସତ୍ୟପାଠ ଦାଖଲ କରିବା ପାଇଁ ସଂପୃକ୍ତ ଅଞ୍ଚଳର ଏସ୍‌ପିଙ୍କୁ ସୁପ୍ରିମକୋର୍ଟଙ୍କ ଦୁଇଜଣିଆ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।

ସୁପ୍ରିମକୋର୍ଟ ବିଚାରପତି ସୂର୍ଯ୍ୟକାନ୍ତ ଓ ବିଚାରପତି ଅନିରୁଦ୍ଧ ବୋଷଙ୍କ ଖଣ୍ଡପୀଠରେ ଆଜି ଏହି ମାମଲାର ଶୁଣାଣି ହୋଇଥିଲା। ଶୁଣାଣି ସମୟରେ ଆବେଦନକାରୀଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିବ ବୋଲି ଖଣ୍ଡପୀଠ ଆଦେଶରେ କହିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଦୁଇ ସପ୍ତାହ ପରେ ହେବ ବୋଲି ଧାର୍ଯ୍ୟ କରାଯାଇଛି। ଆବେଦନକାରୀ ଦୀପକ ଗୁପ୍ତାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ସିଦ୍ଧାର୍ଥ ଲୁଥ୍ରା ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟ ଆଡଭୋକେଟ୍‌ ଅନ୍‌ ରେକର୍ଡ ରବିପ୍ରକାଶ ମେହରୋତ୍ରା ମାମଲା ପରିଚାଳନା କରିଥିଲେ।

The post ସୁପ୍ରିମକୋର୍ଟରେ ଉଲିବୁରୁ ଖଣି ମାମଲା : ସତ୍ୟପାଠ ଦାଖଲ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ first appeared on Sambad.



from ରାଜ୍ୟ – Sambad https://ift.tt/37hZV4c

Post a Comment

0 Comments