ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୨୧୦ କରୋନା ସଂକ୍ରମିତ ଚିହ୍ନଟ, ଜଣେ ଆକ୍ରାନ୍ତଙ୍କର ପ୍ରାଣହାନି

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୨୧୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୬ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୯୦୪ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୪୮୨ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୪୪୯ଜଣ ଆକ୍ରାନ୍ତ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ନୂଆପଡ଼ାରୁ ୨୩, କଟକରୁ ୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼ ଓ ଷ୍ଟେଟ୍ ପୁଲରୁ ୧୨ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏତଦବ୍ୟତୀତ ସମ୍ବଲପୁରରୁ ୧୧ଜଣ, ପୁରୀରୁ ୫, କେନ୍ଦ୍ରପଡ଼ାରୁ ୨, ନୟାଗଡ଼ରୁ ୨, ରାୟଗଡ଼ାରୁ ୨, ଅନୁଗୁଳରୁ ୭, ବାଲେଶ୍ବରରୁ ୬, ଗଞ୍ଜାମରୁ ୩ଜଣ ଓ ଝାରସୁଗୁଡ଼ାରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଅପରପକ୍ଷରେ ଢେଙ୍କାନାଳ, ନବରଙ୍ଗପୁର ଓ କେନ୍ଦୁଝରରୁ ଜଣେ ଲେଖାଏଁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି ମୟୂରଭଞ୍ଜ, ଯାଜପୁର ଓ ବରଗଡ଼ରୁ ୮ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଣେ ଜଣେ କରୋନା ସଂକ୍ରମିତଙ୍କର ପ୍ରାଣହାନି ଘଟିଛି।

The post ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୨୧୦ କରୋନା ସଂକ୍ରମିତ ଚିହ୍ନଟ, ଜଣେ ଆକ୍ରାନ୍ତଙ୍କର ପ୍ରାଣହାନି first appeared on Sambad.

from ରାଜ୍ୟ | Sambad https://ift.tt/3lVveI8

Post a Comment

0 Comments