ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ବର: ତାତିରୁ ସାମାନ୍ୟ ଆଶ୍ବସ୍ତ ମିଳିବ। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ହୋଇପାରେ। କେତେକ ସ୍ଥାନରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆକଳନ ଅନୁଯାୟୀ ୧୧ ଓ ୧୨ ତାରିଖରେ ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ଭଦ୍ରକ ଏବଂ ୧୩ ଓ ୧୪ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବ। ବାକି ଜିଲ୍ଲାଗୁଡ଼ିକର ପାଗ ମୁଖ୍ୟତଃ ଶୁଖିଲା ରହିବ। ୧୫ ତାରିଖରେ ପାଗରେ ସାମାନ୍ୟ ପରିବର୍ତନ ଆସିବ। ଏହି ସମୟରେ ଦିନ ଓ ରାତିର ତାପମାତ୍ରାରେ ସେଭଳି କୌଣସି ପରିବର୍ତନ ହେବ ନାହିଁ।

ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରି ଅଧିକ ରହିବ ବୋଲି କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ କେବଳ ବାରିପଦାରେ ଏକ ମିମି ବର୍ଷା ହୋଇଥିବା ବେଳେ ଅନ୍ୟାନ୍ୟ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ଥିଲା। ସୁନ୍ଦରଗଡ଼ରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସହରରେ ଦିନର ତାପମାତ୍ରା ୩୮ ଡିଗ୍ରି ଉପରେ ରହିଥିଲା।

The post ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା first appeared on Sambad.



from ରାଜ୍ୟ – Sambad https://ift.tt/30uO4w3

Post a Comment

0 Comments