ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ପୁଣି ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୯୯୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ସୁସ୍ଥ ହୋଇ ସାରିଲେଣି ୩୩ ଲକ୍ଷ ୫୩ ହଜାର ୨୨ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୦୦ ଜଣ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୭ ଜଣ, କଟକରୁ ୧୧ ଜଣ, ଦେବଗଡ଼ରୁ ୫ ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୨ ଜଣ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୧୪ ଜଣ, ନୂଆପଡ଼ାରୁ ଜଣେ, ସମ୍ବଲପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ୍ପୁଲ୍ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ first appeared on Sambad.
from ରାଜ୍ୟ – Sambad https://ift.tt/3t5dXPd
0 Comments