
ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ଅର୍ଧାଧିକ ଜିଲ୍ଲାରେ କାଳବୈଶାଖୀ ବର୍ଷାର ସମ୍ଭବନା ରହିଛି। ତାହାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ଏବଂ ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦିଆଯାଇଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ ଅନୁଯାୟୀ, ଗୁରୁବାର ପୂର୍ବାହ୍ନ ସୁଦ୍ଧା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ଗଜପତି ଜିଲ୍ଲାର କେତେକ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ସହ ବଜ୍ରପାତ ହୋଇପାରେ। ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ଉପରୋକ୍ତ ଜିଲ୍ଲା ସମେତ ସୋନପୁର, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ବରଗଡ଼ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ୧୯ ତାରିଖ ପର୍ଯ୍ୟନ୍ତ ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି।
The post କାଳବୈଶାଖୀ ବର୍ଷାର ସମ୍ଭବନା, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ first appeared on Sambad.from ରାଜ୍ୟ | Sambad https://ift.tt/3uQxvYn
0 Comments