ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୩୭୯ କରୋନା ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୧୭

ଭୁବନେଶ୍ବର: ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୩୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୦୮ ଜଣ କ୍ଵାରାଣ୍ଟିନରେ ଥିବା ବେଳେ ୫୭୧ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବକ ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୧୭ ଓ ଖୋର୍ଦ୍ଧା ଜିଲ୍ଲାରୁ ୧୫୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି ବରଗଡ଼ରୁ ୩୩, ଅନୁଗୁଳରୁ ୨୭, ବାଲେଶ୍ବରରୁ ୩୩, ଭଦ୍ରକରୁ ୩୬, ବଲାଙ୍ଗୀରରୁ ୫୪, ବୌଦ୍ଧରୁ ୧, କଟକରୁ ୫୬, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪, ଗଜପତି ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୩୧ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୨ ଜଣ, କଳାହାଣ୍ଡିରୁ ୩୦ଜଣ, କନ୍ଧମାଳରେ ୧୦, କେନ୍ଦ୍ରାପଡ଼ାରେ ୬ଜଣ, କେଉଁଝରରେ ୩୦ଜଣ, କୋରାପୁଟରେ ୯ ଜଣ, ମୟୁରଭଞ୍ଜରେ ୪୯ ଜଣ, ନବରଙ୍ଗପୁରରେ ୭୧ଜଣ, ନୟାଗଡ଼ରେ ୧୮, ନୂଆପଡ଼ାରେ ୯୦ ଜଣ, ପୁରୀରେ ୪୩ ଜଣ, ରାୟଗଡ଼ାରୁ ୨୫, ସମ୍ବଲପୁରରେ ୮୬ଜଣ, ସୋନପୁରରେ ୧୪ ଜଣ ଓ ଷ୍ଟେଟ ପୁଲରେ ୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏବେ ରାଜ୍ୟରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୩, ୪୯,୫୬୧। ଏମାନଙ୍କ ଭିତରୁ ୩, ୩୯,୬୦୩ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୯୭୯ଜଣ ସକ୍ରିୟ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୩୭୯ କରୋନା ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୧୭ first appeared on Sambad.

from ରାଜ୍ୟ | Sambad https://ift.tt/3uGMjZD

Post a Comment

0 Comments