
ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀର ପ୍ରଭାବ ଆଜି ବି ଜାରି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଆଭ୍ୟନ୍ତର, ପଶ୍ଚିମ, ଦକ୍ଷିଣ ଓ ଉପକୂଳର ୧୪ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଜାରି ସତର୍କ ସୂଚନା ମତାବକ ଆଜି (ବୁଧବାର) ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି (ଗୁରୁବାର) ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, କନ୍ଧମାଳ, ରାୟଗଡା ଓ ଗଜପତି ପ୍ରଭୃତି ୯ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୯ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସହ ପ୍ରବଳ ବର୍ଷା ହେବ ବୋଲି କହିଛି ପାଣିପାଗ ବିଭାଗ।

ସେହିପରି ଏହି ସମୟ ମଧ୍ୟରେ କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ବୌଦ୍ଧ, ନୟାଗଡ଼ ଓ ମୟୂରଭଞ୍ଜ ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ।
ଏଥିସହ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଥିବା ବେଳେ ୧୯ ତାରିଖ ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।
The post ଆଜି ୯ ଜିଲ୍ଲାରେ କାଳବୈଶାଖୀ; ୧୦ ଜିଲ୍ଲାରେ ବର୍ଷା ସମ୍ଭାବନା first appeared on Sambad.from ରାଜ୍ୟ | Sambad https://ift.tt/3g81o2a
0 Comments